ଆଜିର ରାଶିଫଳ- 14 ଜୁଲାଇ 2021, ବୁଧବାର, ଗଣେଶଙ୍କ କୃପାରୁ ଆଜି ଏହି 5 ରାଶି ବ୍ୟକ୍ତିଙ୍କର ହେବ ଧନବର୍ଷା

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂତନ କର୍ମ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଆମିଷଭୋଜନ, ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । ଉତ୍ତମ ରୋଜଗାର ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରହୋଇ ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ପ୍ରତିକାର:- ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

କନ୍ୟା:-

ଶରୀର ସୁସ୍ଥ ରହିବ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ନୂତନ ଆୟପନ୍ଥା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ । ମହିଳା ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟରେ ଲାଭବାନ୍ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ମହିଳାମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତା ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Leave a Reply

Your email address will not be published. Required fields are marked *