ଆଜିର ରାଶିଫଳ- 15 ଜୁଲାଇ 2021, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ମେଷ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ । ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ । ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଆର୍ଥିକସ୍ଥିତି ସୁଧୁରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମିଥୁନ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ମାନ-ପ୍ରତିଷ୍ଠା ବଢିବ । ମଉଜ-ମସ୍ତିରେ ସମୟ କଟିପାରେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଦୁଃଖୀ ଲୋକଙ୍କୁ ସାହାରା ଓ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମକର:-

କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ । ଆୟ ବ୍ୟୟ ସମାନ ରହିବ । ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଜୁଆ ଓ ଲଟେରୀ ଖେଳରୁ ନିବୃତ ରୁହନ୍ତୁ । ଶରୀରପୀଡ଼ା କଷ୍ଟକର ହେବ । ପ୍ରତିକାର- ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *