ଆଜିର ରାଶିଫଳ- 17 ଜୁଲାଇ 2021, ଶନିବାର, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ମେଷ:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କର୍ମକ୍ଷେତ୍ରରେ ଅଶାନ୍ତିର ଝଡ ଶାନ୍ତ ହେବା ଫଳରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ହେବାସହ ନୂତନ କର୍ମ ପ୍ରାପ୍ତି ହୋଇପାରେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶରୀର ଭଲ ରହିବ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

Leave a Reply

Your email address will not be published. Required fields are marked *