ରବି ଚଳିଲେ ବୃଷ ରାଶିକୁ ଏହି 4ଟି ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ – ଆପଣଙ୍କ ରାଶି ନାହିଁ ତ?

ରବିଙ୍କର ବୃଷ ରାଶିକୁ ଚଳନ ଫଳରେ ଏହି 4ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅତ୍ୟନ୍ତ ଶୁଭଫଳ । କର୍ମ ବ୍ୟବସାୟରେ ଉନ୍ନତି ସହ ଆହୁରି ମଧ୍ୟ ଅନେକ ଖୁସି ଖବର । ତେବେ ଚଲାନ୍ତୁ ଜାଣିବା ସେହି ସବୁ ରାଶି ବିଷୟରେ ଯେଉଁମାନେ ଏହି ରବିଙ୍କ ଚଳନ ଫଳରେ ଅତ୍ୟନ୍ତ ଶୁଭ ଫଳ ପାଇବେ । ବାକି ସମସ୍ତ ରାଶି ପାଇଁ ରବି ଚଳନରେ ଅଳ୍ପ ବହୁତ ସମସ୍ଯା ଥିବାରୁ ସେମାନେ ପରିତିକାର କରାଇନେବା ନିଶ୍ଚିନ୍ତ ଆବଶ୍ୟକ । ଚାଲନ୍ତୁ ଜାଣିବା ସେହି 4ଟି ରାଶି ବିଷୟରେ-

କର୍କଟ:- ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ।

ସିଂହ:- ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ । ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ । ଲାଭର ମାର୍ଗ ପ୍ରଶସ୍ଥ ହେବ । କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ଦୂରଯାତ୍ରା କରିବେ । ଋଣରୁ ମୁକ୍ତି ମିଳିବ ।

ଧନୁ:- ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ ।

ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି । ବ୍ୟବସାୟରେ ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ ।

ମୀନ:- ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ବ୍ୟବଶାୟୀ ମାନଙ୍କର ଲାଭ ଲାଗି ରହିବ ।

ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ । ପୁରୁଣା ରୋଗରୁ ଉପସମ ମିଳିବ ।

Leave a Reply

Your email address will not be published. Required fields are marked *